ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଆସନ୍ତା ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ ହେବ । ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ କ୍ଲାସ ହେବ ବୋଲି ଜଣାପଡିଛି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଏହି ସୂଚନା ଦେଇଛନ୍ତି ।