ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହିତ ଟୋକିଓରେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତରେ ଯାଇଛନ୍ତି । ଭାରତର ରାଷ୍ଟ୍ରଦୂତ ଶିବି ଜର୍ଜ ତାଙ୍କୁ ସ୍ବାଗତ କରିଛନ୍ତି । ଓଡ଼ିଶାରେ ପୁଞ୍ଜିନିବେଶ ସୁଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହିତ ଟୋକିଓରେ ପହଞ୍ଚିଛନ୍ତି। ସେଠାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କର ଏହି ଗସ୍ତ ଓଡ଼ିଶା ଓ ଜାପାନ ମଧ୍ୟରେ ପାରସ୍ପରିକ ସଂପର୍କ ବୃଦ୍ଧି କରିବ ବୋଲି ବିଶ୍ବାସ ରହିଛି।

ମୁଖ୍ୟମନ୍ତ୍ରୀଙ୍କ ସହ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର, ଇପିକଲ୍ ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦର ପୁନିଆ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନୀଲ କ୍ରିଷ୍ଣା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତରେ ଯାଇଛନ୍ତି ।