ଦ୍ବିତୀୟ ଆସନରୁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ

ଦ୍ବିତୀୟ ଆସନରୁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ

ଚଳିତ ଥର ନବୀନ ୨ଟି ଆସନରୁ ନିର୍ବାଚନ ଲଢୁଥିବା ଉଭୟ ଆସନରେ ବିଜେଡି ଏକତରଫା ବିଜୟ ହାସଲ କରିବ ବୋଲି କର୍ମୀମ।ନେ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ପୂର୍ବରୁ ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ ପରେ ଆଜି କଣ୍ଟାବାଞ୍ଝି ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ନାମାଙ୍କନପତ୍ର ଦାଖଲ ପୂର୍ବରୁ ଆଜି ଟିଟିଲାଗଡ ସିଟି ହାଇସ୍କୁଲରୁ ଏକ ରୋଡ ସୋ’ରେ ଆସିଥିଲେ ମୁଖ୍ୟମନ୍ତ୍ରୀ । ଟିଟିଲାଗଡ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁପ୍ରିମୋ ।

ଚଳିତ ନିର୍ବାଚନରେ ୨ଟି ଆସନରୁ ନିର୍ବାଚନ ଲଢୁଛନ୍ତି ନବୀନ । ହିଞ୍ଜିଳି ସମେତ କଣ୍ଟାବାଞ୍ଝି ଆସନରୁ ପ୍ରାର୍ଥୀ ହୋଇଛନ୍ତି ବିଜେଡି ସୁପ୍ରିମୋ । ୨୦୧୯ରେ ମଧ୍ୟ ୨ଟି ଆସନରୁ ପ୍ରାର୍ଥୀ ହୋଇଥିଲେ ନବୀନ । ହିଞ୍ଜିଳି ସହିତ ବିଜେପୁର ଆସନରୁ ପ୍ରାର୍ଥୀ ହୋଇଥିଲେ ନବୀନ । ଉଭୟ ଆସନରେ ବିଜୟ ହାସଲ କରିବା ପରେ ହିଞ୍ଜିଳି ଆସନ ରଖି ବିଜେପୁର ଆସନ ଛାଡିଥିଲେ ନବୀନ ।