ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ନବୀନ

ନୂଆଦିଲ୍ଲୀ : ଓଡ଼ିଶା ସ୍ୱାର୍ଥ ପ୍ରସଙ୍ଗରେ ଗୁରୁବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ବୁଧବାର ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଭେଟଘାଟ କାର୍ଯ୍ୟକ୍ରମ ରହିଛି । ଓଡ଼ିଶାର ଯାହା ଦାବି ରହିଛି ତାହା ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିବି। ଏଥିସହ ଦିଲ୍ଲୀ ଗସ୍ତକାଳରେ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କ ସହ ଭେଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବୁଧବାର ତିନିଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ଗୁରୁବାର ଓ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ।  ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ପ୍ରତ୍ୟାବର୍ତ୍ତନ କାର୍ଯ୍ୟକ୍ରମ ରହିଛି