ପାରାଦୀପରେ ପ୍ରତିଷ୍ଠା ହେବ ନୂଆ ବିମାନବନ୍ଦର

ପାରାଦୀପରେ ପ୍ରତିଷ୍ଠା ହେବ ନୂଆ ବିମାନବନ୍ଦର । ଆଜିର  ଅନୁଷ୍ଠିତ ଏକ ବୈଠକରେ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ବୈଠକରେ, ପାରାଦୀପରେ ଏକ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିଲା ଏବଂ ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଆଲୋଚନା କରାଯାଇଥିଲା ।