ନୂଆବର୍ଷରେ ଆସିପାରେ ନୂଆ ଗାଇଡ୍ ଲାଇନ୍

ଭୁବନେଶ୍ୱର: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି । ଏମିତିରେ ରାଜ୍ୟରେ ଦୁଇ ଜଣ କରୋନା ସଂକ୍ରମିତଙ୍କଠାରେ ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ହେବାର ପରେ ତତ୍ପରତା ପ୍ରକାଶ କରିଛନ୍ତି ରାଜ୍ୟ ସରକାର । ତେବେ ଏ ନେଇ ଅନୁଷ୍ଠିତ ହୋଇଥିବା ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଲାଗୁ ହୋଇଥିବା କଟକଣାକୁ ବଢାଇବାକୁ ସବୁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲିଟି କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।