୪୦ ଡିଗ୍ରୀ ଉପରେ ରାଜ୍ୟର ୯ ସହର

 ଭୁବନେଶ୍ୱର,(ଏସ୍ ନ୍ୟୁଜ): ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି । ରାଜ୍ୟର ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ମାଲକାନଗିରି ଓ ବୌଦ୍ଧ ଜିଲ୍ଲାରେ ତାପମାତ୍ରା ସର୍ବାଧିକ ୪୧ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଅନୁଗୁଳ, ସମ୍ବଲପୁର, ଭବାନିପାଟଣା, ଟିଟିଲାଗଡ଼ ଓ ସୁନ୍ଦରଗଡ଼ ଆଦି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଆସନ୍ତା ୨୩ ତାରିଖରେ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି । ତେବେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କୋରାପୁଟା, ରାୟଗଡ଼ା, ଗଜପତି, କନ୍ଦମାଳ ଓ ବଲାଙ୍ଗିରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କାଳବୈଶାଖୀର ସମ୍ଭାବନା ନେଇ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଗଞ୍ଜାମ ଆଦି ସ୍ଥାନରେ ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।