ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ୯ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ । ସନ୍ଧ୍ୟା ୬ଟା ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର ଏବଂ ବୌଦ୍ଧ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।