ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ

ଭୁବନେଶ୍ଵର: ଆଜି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି ଉତ୍ତରପୂର୍ବ ଦିଗରେ ଗତି କରିବ। ପରେ ଏହା ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ। ଏହାର ଗତି ଉତ୍ତର-ପୂର୍ବ ଦିଗକୁ ରହିବା ସହ ଆହୁରି ତୀବ୍ର ହେବ ।