ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର (ଏସ ନ୍ୟୁଜ ) : କରୋନା ଯୁଦ୍ଧରେ ହାରିଗଲେ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ। ନ୍ୟୁଜ୍‌ ୧୮ ଓଡ଼ିଆର ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ଗତ କିଛି ଦିନ ଧରି ସେ କରୋନାରେ ଆକ୍ରାନ୍ତ ଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସା ପରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଘଟିନଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି। ସୂଚନାଯୋଗ୍ୟ, କିଛି ଦିନ ପୂର୍ବେ କରୋନାରେ ଆକ୍ରାନ୍ତ ହୋଇ ପ୍ରବୀରଙ୍କ ବାପା ଆଖି ବୁଜିଥିଲେ।