ଶନିବାର ୪ଟାରେ ଆସିବ +୨ କଳା ରେଜଲ୍ଟ

ଭୁବନେଶ୍ୱର(ଏସ୍ ନ୍ୟୁଜ): ଆଉ ଦିନକ ପରେ ଅର୍ଥାତ୍ ଶନିବାର ପ୍ରକାଶ ପାଇବ ଚଳିତ ବର୍ଷର ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ। ଏନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ମନ୍ତ୍ରୀଙ୍କ କହିବା କଥା ପୂର୍ବରୁ ସେପ୍ଟେମ୍ବର ପ୍ରଥମ ସପ୍ତାହରେ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ନିଷ୍ପତ୍ତି ହୋଇଥିଲା। ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇସାରିଛି। ଏବଂ ସେପ୍ଟେମ୍ବର ୫ ତାରିଖ ଶନିବାର ୪ଟାରେ କଳା ପରୀକ୍ଷା ଫଳ ବାହାରିବ। ଏଥିରେ ମଧ୍ୟ ପିଲାମାନେ ଭଲ ପ୍ରଦର୍ଶନ କରିବା ନେଇ ସେ ଆଶାବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି। ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ତେବେ କଳା ପରୀକ୍ଷା ପଳ ପ୍ରକାଶରେ ବିଳମ୍ବ ଯୋଗୁଁ ଛାତ୍ରଛାତ୍ରୀ ଏବଂ ଅଭିଭାବକ ଅସନ୍ତୁଷ୍ଟ ଅଛନ୍ତି।