ଖରାରେ ସିଜୁଛି ଓଡିଶା: ଦିନ ୧୧ଟା ୩୦ ସୁଦ୍ଧା ପାରଦ ଛୁଇଁଲା ୩୯ ଡିଗ୍ରୀ

ଭୁବନେଶ୍ୱର : ଗତକାଲି ପରି ଆଜି ବି ପାରଦ ଉପରମୁହାଁ। ଆଜି ମଧ୍ୟ ଡହ ଡହ ଖରାରେ ସିଝୁଛନ୍ତି ରାଜଧାନୀବାସୀ। ସକାଳ ୮ଟା ପରେ ଘରୁ ବାହାରି କଷ୍ଟକର ହୋଇପଡ଼ିଛି। ଆଜି ସକାଳ ସାଢ଼େ ୮ ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ର ୩୨ଡିଗ୍ରୀ ଛୁଇଁଥିଲା ବେଳେ ଦିନ ୧୧ଟା ୩୦ ସୁଦ୍ଧା ତାପମାତ୍ରା ୩୯ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦିନ ୧୧ଟା ୩୦ ସୁଦ୍ଧା ସମ୍ବଲପୁରରେ ୩୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୩୭.୬, ଚାନ୍ଦବାଲି ୩୭.୪ ଡିଗ୍ରୀ ବାଲେଶ୍ୱର ୩୬.୮, ହୀରାକୁଦ ୩୬.୨, କେନ୍ଦୁଝର ୩୫.୪,ଗୋପାଳପୁରରେ ୩୪ ଡ଼ିଗ୍ରୀ, ପୁରୀରେ ୩୩.୮ ଡ଼ିଗ୍ରୀ ଓ ପାରାଦୀପ: ୩୨.୮ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।