ଅସହ୍ୟ ଖରାରେ ସିଝୁଛି ଓଡିଶା

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ପାଣିପାଗ ସ୍ତିତି ଜାରି ରହିବ। ଏହା ବ୍ୟତୀତ କିଛି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହରୁ ଗ୍ରୀଷ୍ମ ପ୍ରବାହ ସ୍ତିତି ଲାଗି ରହିବାର ସମ୍ଭାବନା ରହିଛି।ରାଜ୍ୟରେ ଆଉ ୪ ଦିନ ରହିବ ହିଟ୍ ୱେଭ । ୩୦ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ।

ଅସହ୍ୟ ତାତି ପାଇଁ ଉତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୨୪ ଘଂଟା ପାଇଁ ମୟୂରଭଂଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।