ଓଡିଶା ହେଉଛି ଦେବ ଭୂମି ଓ ପୂଣ୍ୟ ଭୂମି: ମାନ୍ୟବର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାର ପ୍ରସିଦ୍ଧ ମହିମା ପୀଠ ଢେଙ୍କାନାଳ ଜିଲ୍ଲା ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି।

ଯୋରନ୍ଦାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଦେବ ଭୂମି ଓ ପୂଣ୍ୟ ଭୂମି। ମହିମା ଧର୍ମ ଯୋରନ୍ଦା ମାଟିକୁ ପବିତ୍ର କରିବା ସହ ଭାରତର ଆଧ୍ୟାତ୍ମିକ ମାନଚିତ୍ରରେ ସ୍ୱତନ୍ତ୍ର ସ୍ଥାନ ଦେଇଛି। ଏଭଳି ପବିତ୍ର ମାଟିକୁ ଆସି ଓ ଆପଣମାନଙ୍କ ସହିତ ମିଶିବାର ସୁଯୋଗ ପାଇ ବହୁତ ଖୁସି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ।