ପୁଣି ବର୍ଷାରେ ଭିଜିପାରେ ଓଡିଶା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଜାନୁଆରୀ ୧୦ ତାରିଖ ବେଳକୁ ୧୧ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ ଆସନ୍ତା ୧୦ରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।

ବିଶେଷ କରି ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକ ସହିତ କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବ ବୋଲି କହିଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ