ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ରହିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଏସ୍ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଛନ୍ତି। ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିନା ନେଇ ସ୍ଥିର ହୋଇଥିବା ସେ ଜଣାଇଛନ୍ତି।

କୋଭିଡ ପରିଚାଳନା ସଂପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ ଶତ୍ରୁ। ତେଣୁ ସାଧାରଣ ଲୋକ ହୁଅନ୍ତୁ, ବା ସରକାରୀ କର୍ମଚାରୀ ସମସ୍ତେ ଏଥିପ୍ରତି ସତର୍କ ରହି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ରାଜ୍ୟରେ ଅଧିକ ଟେଷ୍ଟିଂ କରାଯାଉଥିବା ସହିତ ପଜିଟିଭ୍ ହାର ଏବଂ ମୃତ୍ୟୁ ହାର କମି ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି।

ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପ୍ରତି ଓଡ଼ିଶା ସରକାର ସଚେତନ ଥିବାବେଳେ ନିକଟରେ ଜେଇ ଓ ନିଟ୍ ପରୀକ୍ଷା ତାରିଖ ଘୁଞ୍ଚାଇବା ନେଇ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲଙ୍କୁ ଚିଠି ଲେଖିଥିଲେ।