ଓଡ଼ିଶା ଛୁଇଁଲା ମୌସୁମୀ, ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି…

ଭୁବନେଶ୍ୱର: ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ତାତିରୁ ପାଇବ ରାଜ୍ୟ ମୁକ୍ତି । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଛି । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଥିବା ନେଇ ଟ୍ୱିଟ୍‌ କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ଯୋଗୁ ରାଜ୍ୟର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି । ଗତକାଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଥିବା କୁହାଯାଇଥିଲା । ହେଲେ ୨୪ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି ।