ନୂଆ ବର୍ଷ ରେ ନୂଆ ନିୟମ

ଭୁବନେଶ୍ୱର(ଏସ୍ ନ୍ୟୁଜ ): ନୂଆବର୍ଷରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବା ସହ କଡା କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ ।

ଜାନୁଆରୀ ୧ ଠାରୁ ବାଇକ ପଛରେ ବସୁଥିବା ବ୍ୟକ୍ତି ହେଲମେଟ ପିନ୍ଧିବା ଜରୁରୀ। ପଛରେ ବସିଥିବା ବ୍ୟକ୍ତି ହେଲମେଟ ପିନ୍ଧିନଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଆସନ୍ତାକାଲି ଠାରୁ ଯଦି କୌଣସି ବାଇକ ଚାଳକଙ୍କ ହେଲମେଟ ନଥାଏ ତେବେ ଚେକିଂ ସମୟରେ ଗାଡିର ଅନ୍ୟ ସବୁ କାଗଜପତ୍ରକୁ ମଧ୍ୟ ଯାଂଚ କରାଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ପଦ୍ମନାଭ ବେହେରା ।ସେ କହିଛନ୍ତି ଯଦି ବାଇକ୍‌ ପଛରେ ବସିଥିବା ବ୍ୟକ୍ତି ହେଲମେଟ୍‌ ପିନ୍ଧି ନଥିବେ ତେବେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ କରାଯିବ । ଜନସାଧାରଣଙ୍କ ଜନ ଜୀବନ ସୁରକ୍ଷା ଦାୟିତ୍ବ ସରକାରଙ୍କ ଲକ୍ଷ୍ୟ ।