ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିଲିନ୍କ୍ରିଷ୍ଣା ଆଜି ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।
ଏହି ସଚିବ ସ୍ତରୀୟ ପ୍ରତିନିଧି ଦଳ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍ଷ୍ଟେସନ, ଭେଡାବାହାଲ କୋଲ୍ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡୀ କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହାସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ୟ୍ୟକ୍ରମର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ ।
ଆହୁରି ପଢ଼ନ୍ତୁ...