ବଢିଲା ପେଟ୍ରୋଲ, ଡିଜେଲ ଦର !

ଭୁବନେଶ୍ୱର (ଏସ୍ ନ୍ୟୁଜ ):ଅନ୍ତର୍ଜାତୀୟ ବଜାରରେ ତେଲଦର ବଢିଚାଲିଥିବାରୁ ବୁଧବାର ପୁଣି ତେଲଦର ବୃଦ୍ଧି ପାଇଛି । ପେଟ୍ରୋଲ ଲିଟର ପିଛା ୨୬ ପଇସା ଓ ଡିଜେଲ ଲିଟର ପିଛା ୨୫ ପଇସା ବୃଦ୍ଧି ପାଇଛି । ଆଜି ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ଟ.୮୩.୯୭ ଓ ଡିଜେଲ ଲିଟର ପିଛା ଟ.୭୪.୧୨ ରେ ପହଞ୍ଚିଛି ବୋଲି ଇଣ୍ଡିଆନ ଅଏଲ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ଓଡ଼ିଶାର ଭୁବନେଶ୍ୱରରେ ତେଲଦର ବୃଦ୍ଧି ପାଇ ପେଟ୍ରୋଲ ଲିଟର ପିଛା ଟ.୮୪.୬୧ ଓ ଡିଜେଲ ଲିଟର ପିଛା ଟ. ୮୦.୭୪ ରେ ବିକ୍ରି ହେଉଛି । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ପରିଲକ୍ଷିତ ହେଉଛି ।
ଗତ ୧୧ ମାସରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ମୂଲ୍ୟ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ଏହା ଫଳରେ ଭାରତରେ ତେଲଦର ବଢୁଛି ।