ଅଫେରା ରାଇଜରେ ଚଷାପୁଅ

ଭୁବନେଶ୍ଵର(ଏସ୍ ନ୍ଯୁଜ): ନୀରବି ଗଲେ ବିଜେଡ଼ି ର ବରିଷ୍ଠ ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ । ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି।୬୫ ବୟସରେ ପରଲୋକ।

ସେ ଭୁବନେଶ୍ବର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ । ମହାରଥୀ କରୋନା ସଂକ୍ରମିତ ହୋଇ ଚିକିତ୍ସାଧୀନ ଥିଲେ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ତାଙ୍କ ମୃତ୍ୟୁ ଓଡ଼ିଶା ରାଜନୀତିରେ ଅପୂରଣୀୟ କ୍ଷତି । ଓଡ଼ିଶା ରାଜନୀତିରେ ଜଣେ ଦକ୍ଷ ସଂଘଟକ, ପୂର୍ବତନ କୃଷି ମନ୍ତ୍ରୀ,ସରକାରୀ ମୁଖ୍ୟ ସଚେତକ ଭାବେ କାର୍ଯ୍ୟ ନିର୍ବାହ କରିଥିଲେ ।

ମହାରଥୀଙ୍କ କୋଭିଡ-୧୯ ଟେଷ୍ଟ ରିପୋର୍ଟ ପଜେଟିଭ ଆସିବା ପରେ ସେ ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଵସ୍ଥା ରେ ଥିଲେ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ସମ୍ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଥିଲା । ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ସ୍ୱାସ୍ଥ୍ୟବସ୍ଥା ଅଧିକ ରୁ ଅଧିକ ଗୁରୁତର ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସ ନେବା ପାଇଁ ଯୋଜନା ହୋଇଥିଲା । ଏକ ସ୍ଵତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ଏମସ୍ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଛି ।
ପ୍ରଦୀପ ମହାରଥୀ ପୁରୀ ସାମନ୍ତ ଚନ୍ଦ୍ର ଶେଖର ସ୍ବଂୟ ଶାସିତ (SCS) ମହାବିଦ୍ୟାଳୟରୁ ସେ ଛାତ୍ର ନେତା ଭାବେ ରାଜନୈତିକ ଜୀବନ ଆରମ୍ଭ କରିଥିଲେ ।

ଏହାପରେ ୧୯୮୫ ମସିହାରେ ପିପିଲି ରୁ ସେ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ସେ ସେତେବେଳେ ଜନତା ପାର୍ଟିର ସଦସ୍ୟ ଥିଲେ । ୧୯୮୫ ଓ ୧୯୯୦ରେ ଜନତା ଦଳ ଟିକେଟ୍ ରେ ବିଧାୟକ ହୋଇଥିଲେ । ୧୯୯୫ରେ ସେ କଂଗ୍ରେସ ପ୍ରାର୍ଥୀ ଯୁଧିଷ୍ଠିର ସାମନ୍ତରାୟଙ୍କ ଠାରୁ ପରାଜିତ ହୋଇଥିଲେ । ତାପରଠାରୁ ଲଗାତାର ଭାବେ ପ୍ରଦୀପ ମହାରଥୀ ୨୦୦୦, ୨୦୦୪, ୨୦୦୯, ୨୦୧୪ ଏବଂ ୨୦୧୯ରେ ବିଜୟୀ ହୋଇଥିଲେ ।
ପ୍ରଦୀପ ମହାରଥୀ ୧୯୫୫ ମସିହା ଜୁଲାଇ ୪ ତାରିଖରେ ଜନ୍ମଗ୍ରହଣ କରି ଆଜି ୨୦୨୦ ମସିହା ରେ ମୃତ୍ୟୁବରଣ କରିଛନ୍ତି । ନବୀନ ପଟ୍ଟନାୟକଙ୍କ କ୍ୟାବିନେଟ୍ ରେ ବିଭିନ୍ନ ସମୟରେ କୃଷି ଓ ପଞ୍ଚାୟତିରାଜ ମନ୍ତ୍ରୀ ଭାବେ ମଧ୍ୟ ମହାରଥୀ ନିଜର ଦାୟିତ୍ବ ତୁଲାଇଥିଲେ । ଆଉ ଆଜି ସମସ୍ତ କର୍ତ୍ତବ୍ୟ କୁ ତୁଲାଇ ପରଲୋକ ପ୍ରାପ୍ତି ହୋଇଛନ୍ତି । ମହାରଥୀ ଙ୍କ ବିୟୋଗ ରେ ସାକ୍ସୀ ନ୍ୟୁଜ୍ ପକ୍ଷରୁ ତାଙ୍କର ଅମର ଆତ୍ମାର ସଦଗତି କାମନା କରୁଛୁ ଏବଂ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛୁ ।