ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କଟକର ଆୟକର ଆପିଲେଟ ଟ୍ରିବ୍ୟୁନାଲ ଉଦଘାଟନ

କଟକ (ଏସ୍ ନ୍ୟୁଜ) : ଭିଡିଓ କନଫରେସିଂ ଯୋଗେ ଉଦଘାଟିତ ହେଲା କଟକରେ ଆୟକର ଆପିଲେଟ ଟ୍ରିବ୍ୟୁନାଲ । ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେସିଂ ଯୋଗେ ଉଦଘାଟନ କଲେ । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଏବଂ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ଥିଲେ ।

ସୂଚନା ଅନୁସାରେ , କଟକ ବେଞ୍ଚ ନ୍ୟାୟାଧିକାର କ୍ଷେତ୍ର ସମଗ୍ର ଓଡ଼ିଶା ହୋଇଥିବା ବେଳେ ୧୯୭୦ରେ ଏହା ପ୍ରତିଷ୍ଠା କରାଯାଇଥିଲା। ସେବେଠାରୁ ପାଖାପାଖି 50 ବର୍ଷ ଧରି ଏହା ଭଡ଼ା ଘରେ ଚାଲି ଆସୁଥିଲା। ତେଣୁ ଆଇଟିଏଟିର କଟକ ବେଞ୍ଚ ଉଦଘାଟନ ହେବା ଫଳରେ ନ୍ୟାୟ ଚାହୁଁଥିବା ଲୋକମାନଙ୍କୁ ତୁରନ୍ତ ନ୍ୟାୟ ମିଳିପାରିବ। ନୂଆ ଅଟ୍ଟାଳିକାରେ ଉନ୍ନତ ସଂଚାର ବ୍ୟବସ୍ଥା ସହିତ ଇ-କୋର୍ଟ ସୁବିଧା ରହିଛି। ଯାହାଫଳରେ କଟକ ବେଞ୍ଚ ଏଠାକାର ମାମଲା ସମେତ କୋଲକାତା ଜୋନରେ ଥିବା ଅନ୍ୟ ନିଷ୍କ୍ରିୟ ବେଞ୍ଚ ଯେପରିକି ରାଞ୍ଚି, ପାଟନା ଓ ଗୌହାଟୀ କ୍ଷେତ୍ରରୁ ଆସୁଥିବା ମାମଲାଗୁଡ଼ିକର ଦ୍ରୁତ ସମାଧାନ କରିପାରିବ।