ଗିରଫ ହେଲେ ପ୍ରଦୀପଙ୍କ ସହଯୋଗୀ ସର୍ବେଶ୍ୱର-shaksi news


ଭୁବନେଶ୍ୱର( ଏସ୍ ନ୍ୟୁଜ ): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ଗିରଫ। ଠକେଇ କରିବା ଅଭିଯୋଗରେ ସର୍ବେଶ୍ୱର ରାଓ ଗିରଫ ହୋଇଛନ୍ତି।ଠକେଇ ଜେରା ପରେ ସର୍ବେଶ୍ୱରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ SIT। ଦୁର୍ନୀତି ଅଭିଯୋଗରେ ଛନ୍ଦି ହୋଇ ଜେଲ ଯାଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ହେଉଛନ୍ତି ସର୍ବେଶ୍ୱର ରାଓ। ଚାକିରି କରାଇଦେବା ପାଇଁ ଟଙ୍କା ଆଦାୟ ଅଭିଯୋଗରେ ଗିରଫ ହୋଇଛନ୍ତି ସର୍ବେଶ୍ୱର।

ପୂର୍ବରୁ ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଟାଟା କଂପାନିରେ ଚାକିରି କରାଇଦେବା ପ୍ରତିଶ୍ରୁତି ଦେଇ ପ୍ରଦୀପ ଆକାଶ ପାଠକଙ୍କ ପକ୍ଷରୁ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଥିଲା ।