ଡ଼ିପ୍ ଡ଼ିପ୍ରେସନର ରୂପ ନେଲା ଅବପାତ

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ଘନୀଭୂତ ହୋଇ ତୀବ୍ର ଅବପାତରେ ପରିଣତ ହୋଇଛି ଅବପାତ । ଆଜି ସକାଳ ୫ଟା ୩୦ରୁ ୬ଟା ୩୦ ମଧ୍ୟରେ ଏହା ଚାନ୍ଦବାଲି ଦେଇ ସ୍ଥଳଭାଗ ଅତିକ୍ରମ କରିଛି । ଏହା ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରି ଉତର ଓଡ଼ିଶା ଅତିକ୍ରମ କରିବ । ୪୮ ଘଂଟା ମଧ୍ୟରେ ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅତିକ୍ରମ କରିବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଂଟାରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆଜି ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ଜିଲ୍ଲାପାଳମାନଙ୍କୁ ୨୪ ଘଂଟିଆ କଂଟ୍ରୋଲ ରୁମ୍ ଖୋଲିବା ସହ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।