ଦୁଇଦିନ ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ତା’ ପରଦିନ ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରିବେ….

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଫେବୃୟାରୀ ୧୦ ତାରିଖରେ ରାଷ୍ଟ୍ରପତି ଓଡ଼ିଶାରେ ପହଂଚି ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତନ ଉତ୍ସବରେ ଯୋଗଦାନ କରିବେ । କଟକ ଜିଲ୍ଲାର ବିଦ୍ୟାଧରପୁର ସ୍ଥିତ କେନ୍ଦ୍ର ଚାଉଳ ଗବେଷଣା ପ୍ରତିଷ୍ଠାନରେ ଅନୁଷ୍ଠିତ ଜାତୀୟ ଚାଉଳ କଂଗ୍ରେସ ଅଧିବେଶନରେ ଅଭିଭାଷଣ ପ୍ରଦାନ କରିବେ । ତା’ ପରଦିନ ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରିବେ । ଗତ ଜୁଲାଇରେ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନଭେମ୍ବର ମାସରେ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିଥିଲେ ।