ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ/ଭଦ୍ରକ: ଆସନ୍ତା ୨୬ ତାରିଖରେ ଓଡିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦଯାପନୀ ଉତ୍ସବରେ ଯୋଗ ଦେବା ଲାଗି ଓଡିଶା ଆସୁଛନ୍ତି । ଏହା ବ୍ୟତିତ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ଏହା ସହିତ ଏସସିବି ମେଡିକାଲ୍ କଲେଜର ଛାତ୍ର ସଂସଦ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେବେ ।