ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ,(ଏସ୍ ନ୍ୟୁଜ): ଦିଲ୍ଲୀ ଏମ୍ସରେ ହସ୍ପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗତକାଲି ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଅବଜରଭେସନରେ ରଖାଯାଇଥିଲା । ଅଧିକ ଚିକିତ୍ସା ପାଇଁ ରାଷ୍ଟ୍ରପତିଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିବା ଆର୍ମି ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଆର୍ମି ହସ୍ପିଟାଲ ପକ୍ଷରୁ କୁହାଯାଇଛି ।

ତେବେ ଗତକାଲି ସକାଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତିଙ୍କୁ ଦିଲ୍ଲୀରେ ଥିବା ଆର୍ମି ହସ୍ପିଟାଲକୁ ନିଆଯାଇଥିଲା । ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରିଥିଲେ । ତାଙ୍କର ରୁଟିନ୍ ଚେକଅଫ୍ ହେବା ପରେ ତାଙ୍କୁ ଡାକ୍ତରଙ୍କ ତତ୍ୱାବଧାନରେ ରଖାଯାଇଥିଲା । ଗତ ୨୦ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଉରକେଲାର ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ ଶୁଭ ଉଦଘାଟନ କରିବା ସହ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ । କିଛି ଦିନ ପୂର୍ବରୁ ରାଷ୍ଟ୍ରପତି ତାଙ୍କ ସ୍ତ୍ରୀଙ୍କ ସହ ଡାକ୍ତରଖାନା ଯାଇ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିଲେ।