ଉତ୍ତରାଖଣ୍ଡ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗଠାରେ ଏକ ବସ୍ ଦୁର୍ଘଟଣାରେ ମୃତାହତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

“ଉତ୍ତରାଖଣ୍ଡରେ ହୋଇଥିବା ସଡ଼କ ଦୁର୍ଘଟଣା ହୃଦୟ ବିଦାରକ । ଦୁର୍ଘଟଣାରେ ପ୍ରିୟଜନଙ୍କୁ ହରାଇଥିବା ଶୋକାକୁଳ ପରିବାରଙ୍କ ପ୍ରତି ମୋର ଗଭୀର ସମବେଦନା । ଏଥିସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା କରୁଛି । : ପ୍ରଧାନମନ୍ତ୍ରୀ”

ବସ୍ ଦୁର୍ଘଟଣାର ପୀଡ଼ିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ମଧ୍ୟ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ପୋଷ୍ଟ ଅନୁସାରେ, ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।