ଭୁବନେଶ୍ୱର,(ସାକ୍ସୀ ନ୍ୟୁଜ୍): ରାଜ୍ୟସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି । ସୂଚନାଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରି କହିଛନ୍ତି ସଂସ୍କାର ପ୍ରକ୍ରିୟା କାର୍ଯ୍ୟକାରୀ କରିବାରେ ଓଡ଼ିଶା ହେଉଛି ପ୍ରଥମ ରାଜ୍ୟ । ଏ କ୍ଷେତ୍ରରେ ମୁଖ୍ୟ ଭୂମିକା ଗ୍ରହଣ କରିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ । ସେ ସମସ୍ତ ସଂସ୍କାର ପ୍ରକ୍ରିୟାକୁ କାର୍ଯ୍ୟକାରୀ କରି ଉଦାହରଣ ସୃଷ୍ଟି କରିଛନ୍ତି ବୋଲି ମତବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ଅନ୍ୟପକ୍ଷରେ ଓଡ଼ିଶାରେ ବିକାଶଧାରା ଦ୍ରୁତ ଗତିରେ ଚାଲିଛି ତାହାକୁ ଦେଶ ସ୍ୱୀକାର କରୁଛି । ସେହିପରି ରାଜ୍ୟରେ ଯେଉଁ ଦଳ ବିକାଶକୁ ସ୍ୱୀକାର କରିବାକୁ ନାରାଜ୍ ସେହି ଦଳର ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରୁଛନ୍ତି ।