ଓଡ଼ିଶାକୁ ପ୍ରାୟ ୨୦ ହଜାର କୋଟି ଟଙ୍କାର ଉପହାର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଚଣ୍ଡିଖୋଲ ସଭାରେ ପହଞ୍ଚି ସ୍ଥାନୀୟ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଭେଟି ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡିଶାର ୩ଟି ନୂଆ ଟ୍ରେନ୍‌‌ର ସେବାର ମଧ୍ୟ ଶୁଭାରମ୍ଭ କରିଛନ୍ତି। କେନ୍ଦୁଝରଗଡ ଷ୍ଟେସନରୁ ପୁରୀ-ଆନନ୍ଦବିହାର ଟର୍ମିନାଲ ମଧ୍ୟରେ ନୂଆ ଟ୍ରେନ, ପାରାଦୀପ ଷ୍ଟେସନରୁ ପାରାଦୀପ-କେନ୍ଦୁଝର, ଏମ୍‌‌ଏମ୍‌‌ଏଲ୍‌‌ପି ଯାଜପୁର, ଓଡିଶାରୁ ଆଇସିଡି ଦାଦରୀ, ଉତ୍ତରପ୍ରଦେଶରୁ କଣ୍ଟେନର୍‌‌ ଟ୍ରେନ୍‌‌ର ଶୁଭାରମ୍ଭ କରିଛନ୍ତି।