ମହିଳା କର୍ମଚାରୀମାନଙ୍କ ପାଇଁ ବାର୍ଷିକ ୨୫ଦିନର ସାମୟିକ ଛୁଟି ଘୋଷଣା

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ବାର୍ଷିକ ୨୫ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି।