ଭୁବନେଶ୍ୱର,(ଏସ୍ ନ୍ୟୁଜ): ରାଜ୍ୟର ଜଣେ ପ୍ରତିଷ୍ଠିତ ଶିକ୍ଷାବିତ୍, ସାମାଜିକ କର୍ମୀ ଓ ପରିବେଶବିତ୍ ଭାବରେ ବେଶ ଜଣାଶୁଣା ତଥା ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ଆଜି ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ଚିକିସଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ପରଲୋକ ନେଇ ଝିଅ ସାବରମତୀ ସୂଚନା ଦେଇଛନ୍ତି । ଅସୁସ୍ଥତା କାରଣରୁ ଗତ କିଛି ଦିନ ହେବ ତାଙ୍କର ଚିକିତ୍ସ ଚାଲିଥିଲା । ୨୦୨୦ ମସିହାରେ ରାଧାମୋହନ ଓ ତାଙ୍କ ଝିଅ ସାବରମତୀଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା । ନୟାଗଡ଼ରେ ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ପରିବର୍ତନ କରିଥିଲେ ରାଧାମୋହନ । ପୂର୍ବରୁ ରାଜ୍ୟର ସୂଚନା କମିଶନର ଭାବେ ଦାୟିତ୍ୱ ତୁଲାଇଛନ୍ତି । ପ୍ରଫେସର ରାଧାମୋହନଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶପାଇଛି ।