ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ବୈଠକ ଅନୁଷ୍ଠିତ

ଲୋକସେବା ଭବନଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।

ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ ବହନ କରୁଥିବା ସତ୍ୟବାଦୀର ବକୁଳବନ 1909 ମସିହାରେ ପଞ୍ଚସଖାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା । ଆଜି ମଧ୍ୟ ଏକ ଐତିହ୍ୟସଂପନ୍ନ ଶିକ୍ଷାନୁଷ୍ଠାନ ଭାବେ ଏହାର ସ୍ୱତନ୍ତ୍ରତା ରହିଛି ।

ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ନିର୍ଦ୍ଦେଶ ଦେଇଛି ।

ଏହି ବିଦ୍ୟାଳୟର ଆଦର୍ଶ ଓ ଆଭିମୁଖ୍ୟ ବିଷୟରେ ବର୍ତ୍ତମାନର ପିଢ଼ିଙ୍କୁ ଅବଗତ କରାଇବା ପାଇଁ ଏହାର ମୂଳ ଢାଞ୍ଚା ଅନୁରୂପ ବିକାଶ କରାଯିବା ନେଇ ବୈଠକରେ ଆଲୋଚନା କରାଯାଇଛି ।

ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରୁ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି ସ୍ଥାନ ପରିଦର୍ଶନ କରି ଏହାର ଐତିହ୍ୟ ସଂପର୍କରେ ଜ୍ଞାନ ଅର୍ଜନ କରିପାରିବେ ଏବଂ ଏହା ପର୍ଯ୍ୟଟକମାନଙ୍କୁ ମଧ୍ୟ ଆକୃଷ୍ଟ କରିବ ।