ଆଜିଠୁ ମିଳିବ ଆଡ଼ପ ଅବଢ଼ା

ପୁରୀ : ଆଜି ବାହାରିବ ଆଡ଼ପ ଅବଢ଼ା । ଏହି ଆଡ଼ପ ଅବଢ଼ାକୁ ସମସ୍ତେ ଅପେକ୍ଷା କରିଛନ୍ତି । କୁହାଯାଏ ଏଇ ଆଡ଼ପ ଅବଢ଼ାରୁ କାଣିଚିଏ ପ୍ରାପ୍ତି ହେଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ। ଏଥିପାଇଁ ଭକ୍ତଙ୍କ ସୁରକ୍ଷା ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଯେପରି ଶୃଙ୍ଖଳିତ ଭାବେ ଆସି ମହାପ୍ରଭୁଙ୍କ ଦର୍ଶନ ଠିକ୍ ଭାବେ ପାଇବେ ଓ ଅବଢ଼ା ଖାଇ ସ୍ୱଗୃହକୁ ଫେରିପାରିବେ ସେଥିନିମନ୍ତେ ବ୍ୟବସ୍ଥା କରାଯାଇଛି ।