ଆଜି ବନକଲାଗି ନୀତି ; ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ଆଜି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଅର୍ଥାତ୍‌‌ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।