ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ । ଆଜି ସକାଳେ ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା ।

ସୀତାରମଣ ଭିତରକାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରି ବେହରଣ ଦ୍ୱାର ଦେଇ ଫେରି ଥିଲେ । ପରେ ମୁକ୍ତିମଣ୍ଡପରେ ପ୍ରଣାମ କରି ମା’ ବିମଳା ଓ ମହାଲକ୍ଷ୍ମୀଙ୍କୁ ଦର୍ଶନ କରିଥିଲେ । ପରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ପାଟଅଗଣା ଦେଇ ବାହାରକୁ ଆସିଥିଲେ । ଶ୍ରୀଜିଉଙ୍କୁ ଦର୍ଶନ କରି ବିମୋହିତ ହୋଇଯାଇଛନ୍ତି ବୋଲି କହିଛନ୍ତି ।