BJDରୁ ରବୀନ୍ଦ୍ର ଦାସ ନିଲମ୍ବିତ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ବିଜେଡି ଉପସଭାପତିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ରବୀନ୍ଦ୍ର କୁମାର ଦାସ ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶାକ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ତେବେ ଦୁର୍ନୀତିଖୋର ଲୋକଙ୍କ ବିରୋଧରେ କଡ଼ା ପଦକ୍ଷେପ ନେଉଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନିକଟରେ ବିଜେଡିରୁ ନିଲମ୍ବିତ ହୋଇଛନ୍ତି ଅନୁଗୁଳର କ୍ଷିରୋଦ ବଘାର । ଦଳ ବିରୋଧୀ କାମ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବାହାର କରିଛନ୍ତି । ଏନେଇ ଗଣମାଧ୍ୟମ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।