୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, (ଏସ୍‌ ନ୍ୟୁଜ): ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଳଘୁଚାପର ରୂପ ନେଇଛି । ଏହା ଫଳରେ ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାସହ ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ଜିଲ୍ଲାରେ ମଧ୍ୟରେ ରହିଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ସମ୍ବଲପୁର, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଦେବଗଡ ।