ଆସନ୍ତା ୧୦ ଓ ୧୧ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଘନୀଭୂତ ହେଉଛି ଗଭୀର ଅବପାତ। ଦକ୍ଷିଣ- ପୂର୍ବ ପାଶ୍ୱର୍ବତ୍ତୀ ଦକ୍ଷିଣ -ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଆଜି ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଆସନ୍ତା ୧୦ ଓ ୧୧ରେ ଦକ୍ଷିଣ ଓଡିଶାର କିଛି  ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେବା ପରେ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାରେ ପରିଣତ ହେବ। ତେବେ ଓଡିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ନ ପଡିଲେ ମଧ୍ୟ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦୁଇ ଦିନ ବର୍ଷା ହୋଇପାରେ। ତେବେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ବର୍ଷା ସମ୍ଭାବନା ରହିଛି।