ରାଜ୍ୟରେ ଗୁରୁବାରଠୁ ବର୍ଷା: ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ ଦେଇଛି…..

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଗୁରୁବାରଠାରୁ ବର୍ଷା ଆରମ୍ଭ ହେବ । ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବ । ସମ୍ଭାବ୍ୟ ଲଘୁଚାପ ଯୋଗୁ ୧ ତାରିଖରୁ ବର୍ଷା ପରିମାଣ ବଢିଯିବ । ୩ ଯାଏ ବର୍ଷା ଜାରି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ ଦେଇଛି ।

୩୦ରେ ଉତ୍ତର ଓ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ତେବେ ୧ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଲଘୁଚାପ ରୂପ ନେଇପାରେ । ଏହାର ପ୍ରଭାବରେ ୧ ଓ ୨ ତାରିଖରେ ପ୍ରବଳ ବର୍ଷିବ ।