ଆହୁରି ୨ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ସକ୍ରିୟ ରହିଛି ଲଘୁଚାପ, ଆହୁରି ଦୁଇ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆହୁରୀ ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଉତ୍ତର ଓଡ଼ିଶାର ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବଲାଙ୍ଗିର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରାଯାଇଛି ।