୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା …..

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ବଢ଼ିଛି। ଫଳରେ ଶୀତ ପ୍ରକୋପ କମିଛି। ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ପାରଦ ୨୦ ଡିଗ୍ରୀ ଛୁଇଁଛି। ପାହାଡ଼ିଆ ଅଞ୍ଚଳ ଗୁଡ଼ିକରେ ରାତି ତାପମାତ୍ରା ୧୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ପଡ଼ିବା ସମ୍ଭାବନା ନାହିଁ। ୪ ଦିନ ପରେ ପ୍ରାୟ ଅଞ୍ଚଳରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମିପାରେ। ଫଳରେ ପୁଣି ଶୀତ ଲେଉଟିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ଝିପିଝିପି ବର୍ଷା ହୋଇପାରେ।