ଆଜିଠୁ ରାଜ୍ୟରେ ବଢିବ ବର୍ଷା

ଶନିବାର ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୁର୍ବାନୁମାନ କରାଯାଇଛି । ଏପର୍ଯ୍ୟନ୍ତ ରାଜ୍ୟରେ ୨୮ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଆଗକୁ ଭଲ ବର୍ଷିବା ଦ୍ବାରା ଚାଷ କାର୍ଯ୍ୟ ଆଗେଇ ପାରିବ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ୧୩ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ। ୧୩ ,୧୪ ଓ ୧୫ରେ କିଛି ସ୍ଥାନରେ ପ୍ରବଳ ଓ କେତେକ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହେବ।