ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ସମସ୍ତ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର। ତେବେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି। ଦକ୍ଷିଣ ବଙ୍ଗଳାଦେଶ ଓ ତତସଂଲଗ୍ନ ଅଂଚଳରେ ସଦୃଶ ଲଘୁଚାପ ସକ୍ରିୟ ରହିଛି । ଏହା ଅଧିକ ଘନୀଭୁତ ହୋଇ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଜି ୱେଲମାର୍କ ଲୋ-ପ୍ରେସରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେମି ବର୍ଷା ପାଇଁ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡା, ଗଂଜାମ କୋରାପୁଟ, ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।