ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରିଲାଏନ୍ସ ଗ୍ରୁପ ମୁଖ୍ୟ ମୁକେଶ ଅମ୍ବାନି

ମୁମ୍ବାଇ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ …

ଭୁବନେଶ୍ବର : ମୁମ୍ବାଇ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ଜଣାଶୁଣା ଶିଳ୍ପପତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନିଙ୍କୁ ସାକ୍ଷାତ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ଏକ ବୟାନରେ କୁହାଯାଇଛି ଯେ ଓଡ଼ିଶାରେ ରିଲାଏନ୍ସ ଗ୍ରୁପର ଭବିଷ୍ୟତ ନିବେଶ ଯୋଜନା ସଂପର୍କରେ ଆଲୋଚନା କରାଯାଇଥିଲା । ଏକ ପସନ୍ଦଯୋଗ୍ୟ ପୁଞ୍ଜି ନିବେଶସ୍ଥଳୀ ଭାବେ ଓଡ଼ିଶାର ବଳିଷ୍ଠ ଦିଗଗୁଡ଼ିକ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା ଉପସ୍ଥିତ ଥିଲେ ।