ଭୁବନେଶ୍ୱର: ମହାନଦୀ ସିଷ୍ଟମରେ ଛୋଟଧରଣର ବନ୍ୟା ଆଶଙ୍କା ଦେଖାଦେଇଛି । ଲଗାଣ ବର୍ଷା ଯୋଗୁଁ ମହାନଦୀରେ ବନ୍ୟା ଆଶଙ୍କା ଦେଖାଦେଇଛି। ଏ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ଏସଆରସି ବା ସ୍ୱତନ୍ତ୍ର ରିଲିଫ କମିଶନର। ସେହିପରି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତିଙ୍କ ସୂଚନା ମୁତାବକ ବର୍ତ୍ତମାନ ମୁଣ୍ଡଳୀରେ ୭ ଲକ୍ଷ ୯୮ ହଜାର ୫୯୯ କ୍ୟୁସେକ ପାଣି ପ୍ରବାହିତ ହେଉଥିବାବେଳେ ଜଳସ୍ତର ଅପ ଷ୍ଟ୍ରିମରେ ୯୨ ଫୁଟ ଓ ଡାଉନ ଷ୍ଟ୍ରିମରେ ୮୮ ଫୁଟ ରହିଛି ।