ସମ୍ବଲପୁରରେ ଆଉ ୨ ଦିନ ଇଣ୍ଟରନେଟ୍ ବନ୍ଦ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧିକୁ ପୁଣି ବୃଦ୍ଧି କାରାଯାଇଛି। ପୂରା ଜିଲ୍ଲାରେ ଆହୁରି ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରିଛି ପ୍ରଶାସନ। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସମ୍ବଲପୁର ଜିଲ୍ଲାରେ ଲାଗି ରହିଥିବା ଉତ୍ତେଜନା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି।

୧୩ ତାରିଖରେ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ଆଜି ସକାଳ ୧୦ଟାରେ ଏହାର ଅବଧି ସୁରୁଥିଲା। ଉତ୍ତେଜନା ମୂଳକ ପରିସ୍ଥିତି ଲାଗି ରହିଥିବାରୁ ପୁଣି ଇଣ୍ଟରନେଟ ସେବା ଅବଧିକୁ ବୃଦ୍ଧି କରାଯାଇଛି।