କରୋନା କବଳରେ ଦୁଇ ସମୀର

ଭୁବନେଶ୍ୱର(ଏସ୍ ନ୍ୟୁଜ): କୋରନା ଆକ୍ରାନ୍ତ ହୋଇଛନ୍ତି ରାଜ୍ୟର ଦୁଇ ହେଭିୱେଟ୍ ନେତା । ନିମାପଡ଼ା ବିଧାୟକ ତଥା ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ସେହିଭଳି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଟ୍ୱିଟ୍ କରି ଜଣାଇଛନ୍ତି।

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀ ଉଭୟ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇ ମନ୍ତ୍ରୀ ସମୀର ଦାଶ ଲେଖିଛନ୍ତି କି, ‘ମୋର ଏବଂ ମୋ ଧର୍ମ ପତ୍ନୀ ସଙ୍ଗିତା ଦାଶଙ୍କର କରୋନା’ +ve ବାହାରିଛି ଆମେ ଏବେ ସୁସ୍ଥ ଅଛୁ । ଆମ ସଂସ୍ପର୍ଶରେ ସାତ ଦିନ ଭିତରେ ଯେଉଁମାନେ ଆସିଛନ୍ତି ‘କରୋନା’ ଟେଷ୍ଟ କରିବା ପାଇଁ ଅନୁରୋଧ କରୁଛୁ’ ।

ସେହିପରି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଓ ସେ ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ବୋଲି କହିଛନ୍ତି । ଗତ କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ଦରକାର ପଡ଼ିଲେ କୋଭିଡ଼ ପରୀକ୍ଷା କରିବା ପାଇଁ ସମୀର ଅନୁରୋଧ କରିଛନ୍ତି ।