ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କ ମାସିକ ଦରମା ବୃଦ୍ଧି

ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କ ପାରିଶ୍ରମିକ ବୃଦ୍ଧି କରିବା ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ୧୩, ୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଉପକୃତ ହେବେ। ଏଥିପାଇଁ  ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ₹୮୯.୧୫ କୋଟି ବହନ କରିବେ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଏହି ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ₹୧୧,୧୦୦ ଟଙ୍କାରୁ ବୃଦ୍ଧି ପାଇ ₹୧୬,୦୦୦ କରାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ₹୧୪୪୩ରୁ ₹୧୯୫୦କୁ ବୃଦ୍ଧି ପାଇଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ  ପୂର୍ବରୁ ₹୧୨, ୫୪୩ ଟଙ୍କା ପ୍ରଦାନ କରୁଥିବାବେଳେ, ଏବେ ମାସକୁ ₹୧୭, ୯୫୦ ପ୍ରଦାନ କରିବେ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍  କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି।