୭ରୁ ଖୋଲିବ ସ୍କୁଲ-କଲେଜ୍‌, ୧୪ରୁ କେଜିରୁ ସପ୍ତମ

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ରାଜ୍ୟରେ ଆସନ୍ତା ୭ରୁ ସ୍କୁଲ-କଲେଜ ଖୋଲିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସେହିପରି କୋଭିଡ ଗାଇଡଲାଇନକୁ କଡାକଡି ପାଳନ କରାଯାଇ ସ୍କୁଲ-କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ଆସନ୍ତା ୭ ତାରିଖରୁ ୮ମ ଶ୍ରେଣୀରୁ ଉପରକୁ ସବୁ ଶିକ୍ଷାନୁଷ୍ଠାନ ଖୋଲିବ । ସ୍କୁଲ-କଲେଜ୍‌ ସହ ହଷ୍ଟେଲ ମଧ୍ୟ ଖୋଲାଯିବ । ଏହା ସହିତ ରାଜ୍ୟର ସମସ୍ତ ପ୍ରଶିକ୍ଷଣ ଅନୁଷ୍ଠାନ ମଧ୍ୟ ଖୋଲିବ ।

ସେହିପରି ଆସନ୍ତା ଫେବୃଆରୀ ୧୪ରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ସ୍କୁଲ ଯିବେ । ଉଭୟ ଅନଲାଇନ ଏବଂ ଅଫଲାଇନରେ ପାଠପଢା ହେବ । ରାଜ୍ୟରେ କୋଭିଡ୍‌ ସ୍ଥିତି ସମୀକ୍ଷା କରିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।